ଭୁବନେଶ୍ୱର,୨୮/୧୨(ଏସ ଏସ ନିଉଜ)ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।ଜାନୁୟାରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ ଖୋଲିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସମୀର ଦାଶ ।ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ଘଟିକା ଠାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଖୋଲା ରହିବ।ଏଥିପାଇଁ ନିର୍ଦ୍ଧାରିତ ଏସ୍ଓପି ବିଭାଗ ଦାରା ଜାରି କରାଯିବ ବୋଲି ସ୍କୁଲ ଓ ଗଣାଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।