ଭୁବନେଶ୍ୱର,୩ା୭(ଏସଏସନିଉଜ) କିଏ ସେ ଭୋଲେ ବାବାାଯାହାଙ୍କ ପ୍ରବଚନ ଶୁଣିବାପାଇଁ ହଜାରହଜାରଶ୍ରଦ୍ଧାଳୁ ପହଁଚୁଥିଲୋଯାହାଙ୍କୁ ଏବେ ପୋଲିସ ଖୋଜୁଥିଲେ ମଧ୍ୟ ପାଇପାରିନାହିଁ ।ଉତ୍ତର ପ୍ରଦେଶ ହାଥରସ ଦଳାଚକଟା ଘଟଣାରେ ଆରମ୍ଭ ହୋଇଛି ତନାଘନା।ଏହି ସତସଙ୍ଗରେ ପ୍ରବଚନ ଦେଉଥିବା ଭୋଲେ ବାବାଙ୍କୁ ଖୋଜୁଛି ଏବେ ପୋଲିସ। ପୂର୍ବରୁ ଗୁଇନ୍ଦା ବିଭାଗରେ କାର୍ଯ୍ୟ କରୁଥିବା ଏହି ଆତ୍ମଘୋଷିତ ବାବା ୨୬ ବର୍ଷ ତଳେ ଚାକିରି ଛାଡ଼ି ସେ ପ୍ରବଚନ ଦେବା ଆରମ୍ଭ କରିଥିଲେ । ଧୀରେ ଧୀରେ ଲୋକପ୍ରିୟତା ସହିତ ଶ୍ରୋତା, ଶ୍ରଦ୍ଧାଳୁ ଓ ଅନୁଗାମୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ତାଙ୍କ ଘର ୟୁପିର ଏଟା ଅନ୍ତର୍ଗତ ପଟିଆଲି ତହସିଲର ବାହାଦୂର ଗାଁ। ସେପଟେ ଉତ୍ତର ପ୍ରଦେଶ ହାଥରସ ଦଳାଚକଟା ଘଟଣାରେ ଆରମ୍ଭ ହୋଇଛି ତନାଘନା। ସତସଙ୍ଗରେ ପ୍ରବଚନ ଦେଉଥିବା ଭୋଲେ ବାବାଙ୍କୁ ଖୋଜୁଛି ପୋଲିସ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁସାରେ ଗତକାଲି ହାଥରସ ଠାରେ ମାନବ ମଙ୍ଗଳ ମିଳନ ସଦଭାବନା ସମାଗମ କମିଟି ପକ୍ଷରୁ ହାଥରସ୍ ଫୁଲୁରୀ ଗାଁରେ ଏକ ସତସଂଗ ଆୟୋଜିତ ହୋଇଥିଲାା ଏଥିରେ ହଜାର ହଜାର ସଂଖ୍ୟାରେ ଲୋକ ଅଂଶଗ୍ରହଣ କରିଥିଲେ। ତେବେ ସତସଙ୍ଗ ସରିବା ପରେ, ଅଣଓସାରିଆ ବାଟରେ ଏକାଥରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ବାହାରିବାକୁ ଚେଷ୍ଟା କରିଥିଲେ। ଫଳରେ ଦୌଡାଦୌଡି ଓ ଦଳଚକଟା ସ୍ଥିତି ଉପୁଜିଥିଲା।ଯାହାଫଳରେ ଦଳାଚକଟା ଘଟି ୧୧୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଦଳାଚକଟା ଘଟଣାରେ ପୋଲିସ ମାମଲା ରୁଜୁ କରିବାସହ ଯିଏ ବି ଦୋଷୀ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉତ୍ତର ପ୍ରଦେଶ ମନ୍ତ୍ରୀ କହିଛନ୍ତି।