ଭୁବନେଶ୍ବର,୬/୧୧(ଏସଏସନିଉଜ) ବେପରୁଆ ଗାଡ଼ି ଚାଳନାକୁ ରୋକିବା ପାଇଁ ମୋବସର ସ୍ପିଡରେ ଲାଗିବ ବ୍ରେକ୍।ମୋବସର ବେଗ ଘଣ୍ଟାପ୍ରତି ୪୦ କିଲୋମିଟର ରହିବା ସହ ପ୍ରତ୍ୟେକଗାଡ଼ିରେ ସ୍ପିଡ୍ ଗଭର୍ଣ୍ଣର ଲଗାଯିବ।ଯେଉଁମାନେ ଏହି ନିୟମ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବବୋଲି ନଗର ଉନ୍ନୟନମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘୋଷଣା କରିଛନ୍ତି।ଗାଡ଼ିରେ ସ୍ପିଡ୍ ଗଭର୍ଣ୍ଣର ଲଗାଯିବ ଏବଂ ନିୟମିତ ଯାଞ୍ଚ କରାଯିବ।ଏଥିସହ ଡ୍ରାଇଭିଂ ଲାଇସେନ୍ସ ଯାଞ୍ଚ କରାଯିବ ।ସହରସୀମା ବାହାରେ ଯାତ୍ରା କରୁଥିବାବେଲେ ବସରବେଗ ଘଣ୍ଟାପ୍ରତି ୫୦ କିଲୋମିଟର ରହିବ ବୋଲିମନ୍ତ୍ରୀ କହିଛନ୍ତି।