ନଭେମ୍ବର ୧୩ରେ ବଡ଼ଓଷା

ଭୁବନେଶ୍ୱର,୪/୯(ଏସଏସନିଉଜ)ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ। ୧୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର।୧୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୧୪ ତାରିଖ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ। ୧୫ ନଭେମ୍ବର କାର୍ତ୍ତିକ ବ୍ରତ ଶେଷ ସହ ବୋଇତ ଭସାଣ ହେବ। ଧବଳେଶ୍ଵରଙ୍କ ପୀଠରେ କାର୍ତ୍ତିକ ପଞ୍ଚକବ୍ରତ ଓ ବଡ଼ଓଷା ପାଇଁ କଟକ ଜିଲ୍ଲାପାଳ ଡି ସିନ୍ଧେ ଅଧ୍ୟକ୍ଷତାରେ ପ୍ରସ୍ତୁତି ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ନିଷ୍ପତ୍ତି ଅନୁଯାୟୀ କାର୍ତ୍ତିକବ୍ରତ ଓ ବଡ଼ଓଷା ପାଇଁ ଧବଳେଶ୍ୱରପୀଠରେ ପ୍ରବଳ ଭିଡ଼ ହେବ। ତେଣୁ ଏଥିପାଇଁ ସ୍ୱତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଶ୍ରଦ୍ଧାଳୁମାନଙ୍କ ଦର୍ଶନରେ ଯେମିତି କୌଣସି ଅସୁବିଧା ନ ହେବ, ସେଥିପାଇଁ ଧ୍ୟାନ ଦିଆଯିବ ବୋଲି ପ୍ରସ୍ତୁତ ବୈଠକରେ ନିଷ୍ପତ୍ତି ହୋଇଛି।

Comments (0)
Add Comment