ଭୁବନେଶ୍ୱର,୨୭/୬(ଏସଏସନିୟୁଜ)ବିଜେଡି ପରେ ରାଜ୍ୟ ବିଜେପି ଏବେ ସଜବାଜ ହୋଇଛି । ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ବିଜେପି ନିଜର ସାଂଗଠନିକସ୍ତରରେ ୩ଟି ନୂଆ କମିଟି ଗଠନ କରି ଦଳୀୟ ସଂଗଠନକୁ ଆହୁରି ଅଧିକ ସୁଦୃଢ଼ କରିବାକୁ ରଣନୀତି ପ୍ରସ୍ତୁତ କରିଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ୩ଟି ନୂଆ କମିଟି ଗଠନ କରିଛନ୍ତି। ସହରାଂଚଳ କମିଟିର ରାଜ୍ୟ ଅଧ୍ୟକ୍ଷ ଭାବେ ପୂର୍ବତନ ମନ୍ତ୍ରୀ କେଭି.ସିଂହଦେଓ , ସଂଯୋଜକ ଭାବେ କୃଷ୍ଣଚନ୍ଦ୍ର ମହାପାତ୍ର , ପଂଚାୟତ କମିଟି ରାଜ୍ୟ ଅଧ୍ୟକ୍ଷ ଭାବେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ସଂଯୋଜକ ଭାବେ ଶଙ୍କର ପରିଡ଼ା , ସୀମା ସୁରକ୍ଷା କମିଟିର ରାଜ୍ୟ ଅଧ୍ୟକ୍ଷ ଭାବେ ସାଂସଦ ବସନ୍ତ ପଣ୍ଡା ଓ ସଂଯୋଜକ ଭାବେ ସଞ୍ଜିବ ମହାନ୍ତିଙ୍କୁ ମନୋନୀତ କରାଯାଇଥିବାର ବିଜେପି ମିଡିଆ ସେଲ୍ ପକ୍ଷରୁ ସୂଚନା ମିଳିଛି ।
ପଂଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ବିଜେପିର ସଜବାଜ
