ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କଲେ ସରକାର

ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କଲେ ସରକାର

ଭୁବନେଶ୍ୱର,୩/୧(ଏସଏସନିୟୁଜ) ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କଲେ ଓଡ଼ିଶା ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ସବୁ ମ୍ୟୁନିସିପାଲ କମିସନର ଓ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ୨୦୧୧ ଜନଗଣନା ଅନୁଯାୟୀ ୫ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ସୀମା ପୁନଃ ନିର୍ଦ୍ଧାରଣ ହେବ । ଓବିସି ସଂରକ୍ଷଣ ଅଣସୂଚିତ ଅଞ୍ଚଳରେ ରହିବନି । ଜାନୁଆରି ୫ ସୁଦ୍ଧା ମହାନଗର ନିଗମର ସୀମା ପୁନଃ ନିର୍ଦ୍ଧାରଣ ତାଲିକା ପ୍ରକାଶ ପାଇବ । ଜାନୁଆରି ୭ ସୁଦ୍ଧା ପ୍ରକାଶ ପାଇବ ସଂରକ୍ଷଣ ଚିଠା ତାଲିକା ।

 

Comments (0)
Add Comment