ଭୁବନେଶ୍ବର,୩୦ା୫(ଏସଏସନିଉଜ) ଜୁନ୍ ପହିଲାରେ ଦେଶରେ ସପ୍ତମ ତଥା ଶେଷପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର । ଆଜି ପ୍ରଚାରର ଶେଷ ଦିନ ହୋଇଥିବାରୁ ଜନମତକୁ ନିଜ ଆଡକୁ କରିବାପାଇଁ ସବୁଦଳପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି ।ଆଜି ଓଡ଼ିଶାରେ ବିଜେଡି, ବିଜେପି, କଂଗ୍ରେସ ଦଳର ତୁଙ୍ଗ ନେତାମାନେ ମାରାଥନ ପ୍ରଚାର କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ସବୁ ଶକ୍ତି ଲଗାଇ ଦେଇଛନ୍ତି ।ଓଡ଼ିଶାରେ ଏହା ଚତୁର୍ଥ ତଥା ଅନ୍ତିମପର୍ଯ୍ୟାୟ ବିଧାନସଭା ଓ ଲୋକସଭା ନିର୍ବାଚନ।ଏଥିରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁନେଇ ୬ ଲୋକସଭା ଆସନ ଓ ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୪୨ ଆସନରେ ଆସନ୍ତା ୧ ତାରିଖରେ ଭୋଟ ଗ୍ରହଣ ହେବ ।ଅନ୍ୟପଟେ ଉତ୍ତରପ୍ରଦେଶର ୧୩, ପଞ୍ଜାବର ୧୩, ବିହାରର ୮, ପଶ୍ଚିମବଙ୍ଗ ୯, ଚଣ୍ଡିଗଡ଼ର ଗୋଟିଏ, ଓଡ଼ିଶାର ୬ ଏବଂ ଝାଡଖଣ୍ଡର ୩ଟି ଲୋକସଭା ଆସନରେ ମତଦାନ ହେବ ।ଆଜି ପ୍ରଚାରର ଶେଷ ଦିନରେ ଓଡିଶା ଆସି ରାହୁଲ ଗାନ୍ଧୀ ଭଦ୍ରକର ସିମୁଳିଆରେ ଏକ ଜନସଭାକୁ ସମ୍ବୋଧିତ କରିବୋବିଜେଡି ସୁପ୍ରିମୋ ଆଜି ବିଭିନ୍ନ ସ୍ଥାନରେ ମାରାଥନ ପ୍ରଚାର କରିବାସହ ଭଦ୍ରକର ଚାନ୍ଦବାଲିରେ ବିଶାଳ ସଭାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ ପଟ୍ଟନାୟକ । ସେହିପରି ବରିଷ୍ଠ ବିଜେପି ନେତା ବିଭିନ୍ନ ସ୍ଥାନରେ ପ୍ରଚାର କରିବା କାର୍ୟ୍ୟକ୍ରମ ରହିଛି ।