ଭୁବନେଶ୍ୱର,୩୧/୩(ଏସ ଏସ ନିଉଜ)ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି।ରାଜ୍ୟରେ ସକାଳୁଆ ସ୍କୁଲ୍ ସମୟରେ ସାମାନ୍ୟ ପରିବର୍ତ୍ତନ ମଧ୍ୟ କରିଛନ୍ତି।ଏହି ନିଷ୍ପତ୍ତି ଅନୁଯାଇ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ ସକାଳ ୬ଟା ୩୦ରୁ ୧୦ଟା ୩୦ ,ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ ସକାଳ ୭ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ଚାଲିବ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ଗଣଶିକ୍ଷା ବିଭାଗ ସୂଚନା ଦିଆଯାଇଛି ।
ସକାଳୁଆ ସ୍କୁଲ୍ ସମୟରେ ପରିବର୍ତ୍ତନ
