ଆଜିର ରାଶିଫଳ

ଶନିବାର୨୦୨୨ ମସିହା ଅଦ୍ୟ ମାର୍ଚ୍ଚ ମାସ ୨୬ ତାରିଖ,ଚୈତ୍ର ମାସ- କୃଷ୍ଣପକ୍ଷ, ତିଥି- ନବମୀ ,ସୁର୍ୟୋଦୟ-ପ୍ରାତଃ ଘ୫/୪୯/୨୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୫/ ୨୩,ବୃଷ, ସିଂହ ଓ କନ୍ୟା ରାଶି ର ଘାତବାର,ତୁଳା ଓ କୁମ୍ଭ ରାଶି ର ଘାତଚନ୍ଦ୍ର, ନବମୀ ର ଏକଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଲାଉ,କଳମ ଶାଗ) ଭକ୍ଷଣ ନିଷେଧ।
🐏ମେଷ👉ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
🐮ବୃଷ👉ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
👩‍❤️‍👨ମିଥୁନ👉ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
🦀କର୍କଟ👉ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
🦁ସିଂହ👉ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
🙎‍♀️କନ୍ୟା👉ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
⚖️ତୁଳା👉ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
🦂ବିଛା👉କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
🏹ଧନୁ👉ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
🐊ମକର👉ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
🏺କୁମ୍ଭ👉ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
🐟ମୀନ👉ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ି ପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ିପାରେ ।

- Advertisement -

Leave A Reply

Your email address will not be published.