ସୋମବାର୨୦୨୨ ମସିହା ଅଦ୍ୟ ଏପ୍ରିଲ ମାସ ୨୫ ତାରିଖ,
ବୈଶାଖ ମାସ- କୃଷ୍ଣପକ୍ଷ,ତିଥି- ଦଶମୀ, ସୁର୍ୟୋଦୟ-ପ୍ରାତଃ ଘ୫/୨୩/୦୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୨୦,ମିଥୁନର ଘାତବାର,ସିଂହ ରାଶିର ଘାତଚନ୍ଦ୍ର,ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କଳମ ଶାଗ ଭକ୍ଷଣ ନିଷେଧ,ଅମୃତ ବେଳା -ଦିବା ଘ୭/୪ ମଧ୍ୟେ ଘ୧୦/୨୮ ଗତେ ଘ୧/୧ ମଧ୍ୟେ ଘ୩/୩୪ ଗତେ ସଂ ଘ୫/୧୬ ମଧ୍ୟେ ରା ଘ୯/୭ ଗତେ ଘ ୯/୫୨ ମଧ୍ୟେ ଘ୧୨/୫୧ ଗତେ ଘ୨/୨୧ ମଧ୍ୟେ।
ମେଷ
ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ବୃଷ
ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟ ରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟ ବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ା ବିତ୍ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।
ମିଥୁନ
କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତ ରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
କର୍କଟ
ବାଣିଜ୍ୟ, ବ୍ୟବ ସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତା ନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ା ବିତ୍ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କନ୍ୟା
ବାଣିଜ୍ୟ, ବ୍ୟବ ସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘର କରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ।
ତୁଳା
କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗ ରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣ ମୁକ୍ତ ହେବା ପାଇଁ ଚେଷ୍ଟା କରି ବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପ୍ରଶଂସିତ ହେବେ । ମହିଳା ମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।
ବିଛା
ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରି ବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପା ମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
ଧନୁ
ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧା ବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟ ବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ି ପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇ ବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
କୁମ୍ଭ
ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣି ଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ
ଶୁଭ ସକାଳ
ରାସ୍ତା ଉପରେ ହାତୀଟିଏ ଯିବା ସମୟରେ ତାକୁ ଦେଖି କୁକୁର ମାନେ ପ୍ରବଳ ଭୁକିଥାନ୍ତି। କିନ୍ତୁ ହାତୀ ତାହାକୁ ନଶୁଣି ତାର ଗନ୍ତବ୍ୟ ସ୍ଥଳକୁ ଅଗ୍ରସର ହୋଇଥାଏ। ସେହିପରି ଏବେ ସଫଳତାର ପାହାଚ ଚଢିବା ବେଳେ କିଛି ଲୋକ ତାକୁ ସହି ନପାରି କୁକୁର ଭଳି ଭୁକନ୍ତି ଓ ତଳକୁ ଖସାଇବା ପାଇଁ ନିଜ ଜୀବନକୁ ମଧ୍ୟ ବାଜି ଲଗାଇ ଦେଇଥାନ୍ତି। ତେଣୁ ସେମାନଙ୍କ ଭୁକିବା ଓ ଟାଣିବାକୁ ଗୁରୁତ୍ୱ ନଦେଇ ନିଜ କର୍ମରେ ଆଗେଇ ଚାଲିଲେ ଗନ୍ତବ୍ୟ ସ୍ଥଳରେ ପହଞ୍ଚି ପାରିବ।ଜୟ ଜଗନ୍ନାଥ,ଜୟ ସୋମନାଥ