ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ୪ ଦ୍ୱାର

ନୂଆ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

0 51

ଭୁବନେଶ୍ୱର,୧୨ା୬(ଏସଏସନିଉଜ) ଆଜି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି ।ତାଙ୍କସହ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଓ ୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ସରକାରଙ୍କ ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବକୁ ମୋହର ନାଜିଛି । ଆସନ୍ତାକାଲି ସକାଳେ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର ମଙ୍ଗଳ ଆଳତି ପରେ ଖୋଲାଯିବ । ମନ୍ତ୍ରୀମାନଙ୍କ ଉପସ୍ଥିତିରେ ୪ ଦ୍ୱାର ଖୋଲାଯିବ ବୋଲି କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଅନ୍ୟପଟେ ଖୁବଶୀଘ୍ର ସମୃଦ୍ଧ କୃଷକ ନୀତି ଯୋଜନା ଆସିବାସହ ଧାନ ଗଝଚ ୩୧ ଟଙ୍କାକୁ ବୃଦ୍ଧି ନେଇ କମିଟି ଗଠନ ହେବ । ଆଗାମୀ ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା କାର୍ୟ୍ୟକାରୀ କରିବାକୁ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି ।

 

Leave A Reply

Your email address will not be published.