ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ଵର,୨୪।୪(ଏସଏସନିୟୁଜ)ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି ହୋଇଛି।
କନଷ୍ଟେବଲଙ୍କ ଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ହୋଇଛି।ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବଢ଼ିଲା ।SI, ASIଙ୍କ ପୋଷାକ ଭତ୍ତା ୪୨୦୦ରୁ ୮୪୦୦ ଟଙ୍କା,ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ୫ ହଜାରରୁ ୧୦ ହଜାର,
ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ୧୧୮୦୦, କନଷ୍ଟେବଲ, ସିପାହୀଙ୍କ ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାର,ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

- Advertisement -

Leave A Reply

Your email address will not be published.