ଭୁବନେଶ୍ବରରେ ହେବ ଫ୍ଲାଇଓଭର, ରିଙ୍ଗରୋଡ

ଭୁବନେଶ୍ୱର,୧୦/୧୧(ଏସଏସନିଉଜ)ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି।
ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନ ରଖା ଯାଇଥିଲା ।
ଏହି ଉପସ୍ଥାପନାରେ ଭୁବନେଶ୍ବରର ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଙ୍ଗରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ- ତ୍ରିଶୂଳିଆ ରାସ୍ତାର ଇନ୍‌ଷ୍ଟିଚ୍ୟୁଟ ଅଫ ମାଥମେଟିକ୍‌ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉଏକ ROB, ତମାଣ୍ଡୋ -ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗରୋଡ ନିର୍ମାଣ ବିଷୟରେ ପୂର୍ତ୍ତବିଭାଗର ପକ୍ଷରୁ ପ୍ରସ୍ତାବିତତଥ୍ୟ ଉପସ୍ଥାପନ କରାଯାଇଥିଲା ।
ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର -କଟକ-ପୁରୀ ଇକୋନୋମିକ୍‌ ରିଜିଅନଗଠନ ଏବଂ ଗ୍ରେଟର ଭୁବନେଶ୍ବରଗଠନ ସଂପର୍କିତ ବିସ୍ତୃତତଥ୍ୟ ଉପସ୍ଥାପନ କରାଯାଇଥିଲା ।
ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଏବଂ ପ୍ରଭାତୀପରିଡା, ପୂର୍ତ୍ତ ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନସଚିବ ନିକୁଞ୍ଜ ବିହାରୀଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନସଚିବ ଭି.ଭି. ଯାଦବ, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନସଚିବ ଉଷାପାଢୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତଥିଲେ ।

- Advertisement -

Leave A Reply

Your email address will not be published.