ମାଡିଆସୁଛି ବାତ୍ୟା

୨୩ରେ ବାତ୍ୟାର ରୂପ ନେବ 'ଦାନା'

0 44

ଭୁବନେଶ୍ୱର,୨୨ା୧୦(ଏସଏସନିଉଜ)ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋ ପ୍ରେସର ଆଜି ଡିପ୍ରେସନରେ ପରିଣତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ।ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପନେଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ। ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ବୀପ ଭିତରେ ଉପକୂଳ ଅତିକ୍ରମ କରିବ। ଏହିସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୁର୍ବାନୁମାନ କରିଛି ପାଣିପାଗବିଭାଗ ।ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଥିବାବେଳେ ଜିରୋ କାଜୁଆଲିଟି ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।ଏଣୁ ବାତ୍ୟାକୁନେଇ ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

Leave A Reply

Your email address will not be published.