ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥକ୍ଷେତ୍ର

0 63

ପୁରୀ, ୨୮।୬(ଏସଏସନିଉଜ) ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥକ୍ଷେତ୍ର ଭାବେ ପରିଗଣିତ କରାଯିବ ବୋଲି କହିଛନ୍ତି ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରିଛନ୍ତି । ସର୍କିଟ ହାଉସଠାରେ ପହଞ୍ଚି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁମାନଙ୍କ ଗାଡି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ବିଭିନ୍ନ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥି ମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ। ସିଂହଦ୍ବାର ଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁ ମାନେ ସୁବିଧାରେ ରହି ମହାପ୍ରଭୁ ଙ୍କୁ ଦର୍ଶନ କରିବେ ଓ ରଥ ଟାଣିବେ ସେଥିନେଇ ମନ୍ତ୍ରୀ ତାହାର ଅନୁଧ୍ୟାନ କରିଥିଲେ।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ଶ୍ରୀହରିଚନ୍ଦନ କହିଲେଯେ “ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସେହିପରି ପୂର୍ବବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଭାବେ କରାଯାଉଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ ଭାବେ କରିବା ପାଇଁ ରଥଯାତ୍ରାପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ I ଏହି ପରିଦର୍ଶନରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କରସ୍ୱାଇଁ,ଏସପି ପିନାକ ମିଶ୍ର,ପୂର୍ତ୍ତ ବିଭାଗ ଅତିରିକ୍ତସଚିବ ପ୍ରଦୀପ କୁମାର ସାହୁ,ନଗରଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ କୁମାର ଦାଶ,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସରତଚନ୍ଦ୍ରବେହେରା ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା,ପୂର୍ତ୍ତବିଭାଗ ଅଧିକ୍ଷଣଯନ୍ତ୍ରୀ ରଶ୍ମିରଞ୍ଜନ ସାହୁ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ।

- Advertisement -

Leave A Reply

Your email address will not be published.