କଟକ, ୫/୧୧(ଏସଏସନିୟୁଜ) ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ତାଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ଵତନ୍ତ୍ର ଉତ୍ସବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ବିଚାରପତିମାନେ ଉପସ୍ଥିତ ଥିଲେ । ୧୯୯୫ରେ ହାଇକୋର୍ଟରେ ଆଇନଜୀବୀ ଭାବେ ଯୋଗ ଦେଇ ୨୬ ବର୍ଷ ଭିତରେ ସେ ହାଇକୋର୍ଟରେ ବହୁ ଗୁରୁତ୍ବପୂର୍ଣ୍ଣ ମାମଲା ପରିଚାଳନା କରି ଜଣେ ଦକ୍ଷ ଆଇନଜୀବୀ ଭାବେ ସାରା ରାଜ୍ୟରେ ସୁନାମ ଅର୍ଜନ କରିଥିଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ।