ଭୁବନେଶ୍ୱର,୨୫/୬(ଏସଏସନିୟୁଜ) କୋଭିଡ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ୟୁନିଟ-୧ ହାଟକୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ସିଲ୍ କରାଯାଇଛି ।ଫଳରେ ଉଭୟ ହୋଲସେଲ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ବନ୍ଦ ରହିବ । ଆସନ୍ତାକାଲିଠାରୁ ୨ ଦିନିଆ ସଟଡାଉନ ଥିବାରୁ ଆଜି ହାଟରେ ପ୍ରବଳ ଗହଳି ଲାଗିଥିଲା । ଆଜି ହାଟରେ ପ୍ରବଳ ଗହଳି ହୋଇଥିବା ଦେଖିବାକୁ ମିଳିଥିବାବେଳେ ସାମାଜିକ ଦୂରତା, ମାସ୍କ ପିନ୍ଧିବା ଭଳି କରୋନା ନିୟମାବଳୀର ଉଲ୍ଲଂଘନ ହେଉଥିବା ନଜରକୁ ଆସିଥିଲା। ପ୍ରବଳ ଜନ ଗହଳି ଯୋଗୁଁ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଥିବାରୁ ହାଟକୁ ବନ୍ଦ କରିବାକୁ ଈଗଉ ପକ୍ଷରୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି।