ସମୀରଦେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଶେଷକୃତ୍ୟ ରାଷ୍ଟ୍ରୀୟମର୍ଯ୍ୟାଦା ସହିତ ହେବ

 

ଭୁବନେଶ୍ୱର,୧୮/୧୧(ଏସଏସନିଉଜ)ପୂର୍ବତନମନ୍ତ୍ରୀ ସମୀରଦେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ସ୍ବର୍ଗତଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ସଂଗଠକ ଥିଲେ। ଉଚ୍ଚଶିକ୍ଷା ଓ ନଗରଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କଟକସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା। ତାଙ୍କର ଶେଷକୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

- Advertisement -

Leave A Reply

Your email address will not be published.